Odisha Weather Update: ଆସନ୍ତାକାଲିଠୁ ତାତିରୁ ମିଳିବ ତ୍ରାହି !

ଆସନ୍ତାକାଲି (ଶୁକ୍ରବାର) ଠାରୁ ଦୁଇ କିମ୍ବା 4 ଦିନ ପାଇଁ ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ମିଳିପାରେ । କାରଣ ଆସନ୍ତା କିଛି ଦିନ ଧରି ରାଜ୍ୟରେ ବର୍ଷା ସହିତ ଝଡ଼ତୋଫାନ ହେବ।

ଭୁବନେଶ୍ୱର: ଆସନ୍ତାକାଲି (ଶୁକ୍ରବାର) ଠାରୁ ଦୁଇ କିମ୍ବା 4 ଦିନ ପାଇଁ ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ମିଳିପାରେ । କାରଣ ଆସନ୍ତା କିଛି ଦିନ ଧରି ରାଜ୍ୟରେ ବର୍ଷା ସହିତ ଝଡ଼ତୋଫାନ ହେବ। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ଆଶ୍ୱସ୍ତିକର ଖବର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି (ଶୁକ୍ରବାର)ଠାରୁ ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ୪ ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବୃଷ୍ଟିପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Odisha Weather Update

ଶୁକ୍ରବାର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ଓ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ବଜ୍ରପାତ ମଧ୍ୟ ହେବ। ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶନିବାର ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ଏବଂ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+