For Quick Alerts
Turn On Notification  
For Daily Alerts
Oneindia App Download

ରାଜ୍ୟରେ ସକ୍ରିୟ ହେଲା ମୌସୁମୀ ବାୟୁ, ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଗତକାଲି ପୁରା ରାଜ୍ୟକୁ ଛୁଇଁଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ । ପରେ ଏହା ଆଜି ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

|

ଭୁବନେଶ୍ୱର: ଗତକାଲି ପୁରା ରାଜ୍ୟକୁ ଛୁଇଁଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ । ପରେ ଏହା ଆଜି ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

Odisha Weather Update

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ଆଡେ ମୁହାଁଇଛି । ଲଘୁଚାପ ପ୍ରଭାବରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଏହାସହିତ ମାଲକାନଗିରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରେ ୬ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Weather Update 5
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X