ରାଜ୍ୟରେ ସକ୍ରିୟ ହେଲା ମୌସୁମୀ ବାୟୁ, ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଗତକାଲି ପୁରା ରାଜ୍ୟକୁ ଛୁଇଁଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ । ପରେ ଏହା ଆଜି ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

ଭୁବନେଶ୍ୱର: ଗତକାଲି ପୁରା ରାଜ୍ୟକୁ ଛୁଇଁଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ । ପରେ ଏହା ଆଜି ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

Odisha Weather Update

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ଆଡେ ମୁହାଁଇଛି । ଲଘୁଚାପ ପ୍ରଭାବରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଏହାସହିତ ମାଲକାନଗିରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରେ ୬ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+