ଆଣ୍ଡାମାନସାଗରରେ ଆସୁଛି ଆଉ ଏକ ଲଘୁଚାପ !

ଆଣ୍ଡାମାନସାଗରରେ ଆସୁଛି ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଆଗାମୀ ୧୦ ତାରିଖରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଭୁବନେଶ୍ୱର: ଆଣ୍ଡାମାନସାଗରରେ ଆସୁଛି ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଆଗାମୀ ୧୦ ତାରିଖରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ।

odisha weather update

ତେବେ ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି।

ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+