ଆସନ୍ତା ୬ରେ ଆଉ ଏକ ଲଘୁଚାପ, ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା
ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ରାୟଗଡ଼ା ଓ ନୟାଗଡ଼ ଆଦି ରହିଛି । ଏଥିସହିତ ଓଡ଼ିଶାର କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ବି ରହିଛି ।












Click it and Unblock the Notifications