ଆସୁଛି ଆଉ ଏକ ଲଘୁଚାପ, ୧୮ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ !
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଛୁଇଁବ ।
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଛୁଇଁବ । ପରେ ଏହା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ତେବେ ଏହି ଲଘୁଚାପର ପ୍ରଭାବ ବେଶି ରହିବନି ବୋଲି ସୂଚନା ଦେଇଛନ୍ତି ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, "ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୧୮ ତାରିଖ ସନ୍ଧ୍ୟା ପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ହୋଇଥିବା ଲଘୁଚାପ ଯୋଗୁ ପ୍ରାୟ ୪ ଦିନ ବର୍ଷା ଲାଗି ରହିଥିଲା। ଏଥିସହ ଛତିଶଗଡ଼ରେ ବର୍ଷା ଲାଗି ରହିବାରୁ ମହାନଦୀ ଉପର ମୁଣ୍ଡରେ ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ହୀରାକୁଦ ଡ୍ୟାମ୍ରେ ଏଯାବତ୍ ୨୮ଟି ଗେଟ୍ ଖୋଲା ଗଲାଣି।












Click it and Unblock the Notifications