ଆସନ୍ତା ୪ ଦିନ ଯାଏଁ ତାତିରୁ ମିଳିବ ତ୍ରାହି, ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା
ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷ ଜାରି ରହିବ। ସେହିପରି ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଭୁବନେଶ୍ୱର: ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷ ଜାରି ରହିବ। ସେହିପରି ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ବିଶେଷ କରି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ, କଟକ, ବଲାଙ୍ଗିର, ସୋନପୁର, ଢେଙ୍କାନାଳ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହାସହ ବିହାର ଏବଂ ଝାଡଖଣ୍ଡ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀକୁ ନଜରରେ ରଖି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସତର୍କ ରହିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏସ୍ଆରସି । ସଂପୃକ୍ତ ଜିଲ୍ଲାଗୁଡିକରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି ।












Click it and Unblock the Notifications