ଶୁକ୍ରବାରଠୁ ବଢିବ ଶୀତ, ଦେଖା ଦେଲାଣି ଘନ କୁହୁଡି
ରାଜ୍ୟରେ ଧିରେ ଧିରେ ବଢୁଛି ଶୀତ। ସକାଳୁ ସକାଳୁ ରାଜ୍ୟର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲିଠାରୁ ଅର୍ଥାତ ଶୁକ୍ରବାରଠାରୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍ କମିପାରେ ।
ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ବଢୁଛି ଶୀତ। ସକାଳୁ ସକାଳୁ ରାଜ୍ୟର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲିଠାରୁ ଅର୍ଥାତ ଶୁକ୍ରବାରଠାରୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍ କମିପାରେ । ଏହା ପ୍ରଭାବରେ ଥଣ୍ଡା ପ୍ରକୋପ ସାମାନ୍ୟ ବଢ଼ିବ । ଏଭଳି ପୂର୍ବାନୁମାନ କରିଛନ୍ତି କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଆସନ୍ତା ୪ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ସେପଟେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦ୍ୱାରା ତାମିଲନାଡ଼ୁ ଓ କେରଳରେ ଭାରି ବର୍ଷା ହେବ । ଏହାର ପ୍ରଭାବରେ ଅକ୍ଟୋବର ୩୧ ଓ ନଭେମ୍ବର ୧ରେ ଗଞ୍ଜାମ, ଗଜପତି ଜିଲ୍ଲାରେ ପାଗ ମେଘୁଆ ସହ ହାଲୁକା ବର୍ଷା ହୋଇପାରେ । ଆଜି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।












Click it and Unblock the Notifications