ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଆସନ୍ତା ୩୦ ଯାଏଁ ପ୍ରବଳ ବର୍ଷା

ଲଘୁଚାପରେ ପରିଣତ ହେବ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଜିଠୁ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ଓ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର: ଲଘୁଚାପରେ ପରିଣତ ହେବ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଜିଠୁ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ଓ ବିଜ୍ଞାନ କେନ୍ଦ୍ର ।

Odisha Weather Update

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଅଗଷ୍ଟ ୨୭ରୁ ୨୮ତାରିଖ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କଟକ ଅନୁଗୁଳ, ଦେବଗଡ ଓ କନ୍ଧମାଳ ।

ସେପଟେ ଚଳିତ ମୌସୁମୀ ସିଜିନ୍ ଅନୁସାରେ ଜୁନ୍ ୧ ତାରିଖରୁ ଅଗଷ୍ଟ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୮୮୧.୯ ମିଲିମିଟର ବର୍ଷା ହେବାକଥା । କିନ୍ତୁ ଏହି ସମୟ ମଧ୍ୟରେ ୬୧୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷାଠାରୁ ୩୧ ପ୍ରତିଶତ କମ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+