୧୩ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା

ଆସନ୍ତା ୩ରୁ ୪ ଦିନ ଅର୍ଥାତ ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ତେଣୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ କରିବା ଉପରେ ବାରଣ କରାଯାଇଛି ।

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଏହା ସହ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ଅର୍ଥାତ ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ତେଣୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ କରିବା ଉପରେ ବାରଣ କରାଯାଇଛି ।

weather update

ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଧସିପାରେ ବୋଲି ବକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ଗତ ଜୁନ ମାସରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଜୁଲାଇ ଆରମ୍ଭରୁ ରାଜ୍ୟରେ ଭଲ ବର୍ଷା ରହିଛି । ଜୁଲାଇ ୧ରୁ ୬ ମଧ୍ୟରେ ଯେତକ ବର୍ଷା ହେବା କଥା ତାଠାରୁ ୨୬ ପ୍ରତିଶତ ଅଧିକ ବର୍ଷା ହୋଇଥିବା ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+