ଆସନ୍ତା ୬ ଯାଏଁ କାଳବୈଶାଖୀ ଝଡ଼: ଏହି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ରାଜ୍ୟର ବହୁ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇଛି ।
ତେବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନାଥାଉ କି, ସଂପ୍ରତି ରାଜ୍ୟ ଉପର ଦେଇ ପୂର୍ବ ବିଦର୍ଭରୁ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡ଼ୁ ପର୍ଯ୍ୟନ୍ତ ଲଘୁଚାପ/ପବନ ପ୍ରବାହିତ ହେଉଛି । ଅନ୍ୟପକ୍ଷରେ ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଛି ।
ଅରେଞ୍ଜ ୱାର୍ଣ୍ଣିଂ:- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ, ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।
ୟେଲୋଓ୍ଵାର୍ଣ୍ଣିଂ: ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।












Click it and Unblock the Notifications