ଆଉ ୫ ଦିନ କାଳବୈଶାଖୀ, ୫ ଜିଲ୍ଲାରେ କୁଆପଥର ମାଡ ନେଇ ସତର୍କତା

ଭୁବନେଶ୍ବର: ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ଉତ୍ତର-ପୂର୍ବ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଜାରି ରହିଛି । ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ।

Odisha Weather Update

ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ଝୁଙ୍କ ପବନ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା ଓ ବୌଦ୍ଧ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

ସେପଟେ ଆସନ୍ତାକାଲି ରାଜ୍ୟରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ଯାହାର ପ୍ରଭାବରେ ୨୭ ତାରିଖରୁ ବର୍ଷା ବଢିବ । ୨୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଥିବା ବେଳେ ୫ ଜିଲ୍ଲାରେ କୁଆପଥର ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଜାରି ହୋଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+