ଜଳୁଛି ଓଡିଶା!, ୪୦ ଡିଗ୍ରୀ ଉପରେ ୭ ସହରର ତାପମାତ୍ରା

ରାଜ୍ୟରେ ପାଗ ଶୁଖିଲା ସାଙ୍ଗକୁ ତାପମାତ୍ରା ବୃଦ୍ଧି ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଛି ।

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ସାଙ୍ଗକୁ ତାପମାତ୍ରା ବୃଦ୍ଧି ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ଆଜି ରାଜ୍ୟରେ ୭ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା ।

 odisha weather update

୪୧ ଡ଼ିଗ୍ରୀ ତାତି ସହ ବଲାଙ୍ଗୀର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଅନୁଗୁଳ ୪୦.୧, ବାରିପଦା- ୪୦.୮, ତାଳଚେର- ୪୦.୨, ଟିଟଲାଗଡ- ୪୦.୫, ସୋନପୁର- ୪୦.୧ ଏବଂ ବୌଦ୍ଧ- ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱର ୩୭.୨ ଡ଼ିଗ୍ରୀ ଏବଂ କଟକରେ ୩୭ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ଆଗାମୀ ୨ ଦିନ ପରେ ୨ରୁ ୩ ଡ଼ିଗ୍ରୀ ବଢିପାରେ ଦିନର ତାପମାତ୍ରା । ୩୧ ମାର୍ଚ୍ଚ ଏବଂ ୧ ଅପ୍ରେଲରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଦେଖନ୍ତୁ କେଉଁ ସହରର ତାପମାତ୍ରା କେତେ ?

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ କହିଛନ୍ତି ଯେ ଆସନ୍ତା କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ରାଜ୍ୟର ୪ଟି ଜିଲ୍ଲା ମଧ୍ୟରୁ ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ବର୍ଷା ହେବାର ସମ୍ଭାରବନା ରହିଛି । ଏହି ସମସ୍ତ ସହରରେ ତାପମାତ୍ରା ହ୍ରାସ ଘଟିପାରେ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଅର୍ଥାତ ଏହି ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସେ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+