ଆସନ୍ତା ୪ ଦିନ ପାଇଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪ ଦିନ ପାଇଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ଆଜି ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝୁଙ୍କ ପବନ ସହ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ।

Odisha Weather Update

ଆସନ୍ତା ମେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବା ସହ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି । ମେ ୫ ତାରିଖରୁ ୧୨ ତାରିଖ ମଧ୍ୟରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି । ଉପକୂଳ ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବ । ଅନ୍ୟପଟେ ମେ ୫ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୁତ ହେବା ସମ୍ଭାବନା ରହିଛି । ଏହା ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନି । ମେ ମାସରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଇଏମ୍ଡି ଆକଳନ କରିବା ପରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+