ODISHA WEATHER UPDATE: ଲଗାଣ ବର୍ଷାରେ ଲାଗିବ ବ୍ରେକ୍, ଜୁନ 1ରୁ ବଢିବ ତାତି

ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ । ରାଜ୍ୟରେ କମିବ ବର୍ଷାର ପରିମାଣ,ବଢିବ ତାପମାତ୍ରା । ଆସନ୍ତାକାଲି ଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ । ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା ।

ଆସନ୍ତା 1 ତାରିଖରୁ ବର୍ଷାର ପରିମାଣ କମିବ । ଆଗାମୀ ଦୁଇ ଦିନ ପରଠୁ ବଢିବ ତାପମାତ୍ରା । ୨ ରୁ ୪ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ସର୍ବାଧିକ ବଡଗଡରେ ୫୭ ମିମି ବର୍ଷା ରେକର୍ଡ କରାଯାଇଛି ।

ODISHA WEATHER UPDATE

ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,"ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନ‌ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ । ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀ ଜନିତ ବର୍ଷା ପରିମାଣ ମଧ୍ୟ ସେଭଳି‌ ଦେଖିବାକୁ ମିଳିବ ନାହିଁ ।

ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ଅଧିକ ବର୍ଷା ବରଗଡ଼ ୫୭ ମିମି ବର୍ଷା ରେକର୍ଡ କରଯାଇଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ କାଁଭାଁ କିଛି ସ୍ଥାନରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି । ୩୫ରୁ ୪୦ କିମି ବେଗରେ ଝଟକା ଝଟକା ପବନ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

କେଉଁ କେଉଁ ସ୍ଥାନରେ ହେବ ବର୍ଷା ?

ସେ ଆହୁରି ମଧ୍ୟ କହିଛନ୍ତି, "ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, କେନ୍ଦୁଝର, ଦେବଗଡ, ଭଦ୍ରକ କେନ୍ଦ୍ରାପଡା, ଯାଜପୁର, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ନବରଙ୍ଗପୁର ଏବଂ ରାୟଗଡାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପଟେ ସୁନ୍ଦରଗଡ଼ରେ ସର୍ବାଧିକ ୩୬.୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାୟଗଡ଼ାରେ ୨୨.୬ଡିଗ୍ରୀ ସେଲସିୟସରୁ ରେକର୍ଡ ହୋଇଛି ‌। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୫ ରୁ ୬ଡିଗ୍ରୀ ସେଲସିୟସ ହ୍ରାସ ପାଇଥିଲା । ଓଡିଶାର କିଛି ସ୍ଥାନରେ ସ୍ବାଭାବିକଠୁ ୫ରୁ ୬ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ରହିଥିବା ବେଳେ ଉପକୂଳ ଜିଲ୍ଲାମାନଙ୍କରେ ସ୍ବାଭାବିକଠାରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମ ରହିଥିଲା ।"

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+