ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather Update: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକା ମଧ୍ୟମ ଧରଣର ବର୍ଷା ଲାଗି ରହିବ । ସେହିପରି ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ବଙ୍ଗୋପସାଗରରେ ୧୪ ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ୧୫ ତାରିଖରେ ଲଘୁଚାପରେ ରୂପ ନେବା ସହ ଅବପାତରେ ପରିଣତ ହେବ । ଜୁଲାଇ ୨୦ ତାରିଖରେ ଏହା ଉପକୂଳ ଓଡ଼ିଶା ଦେଇ ଗତି କରିବ । ଯାହା ପ୍ରଭାବରେ ଆଜିଠୁ ବର୍ଷାର ପରିମାଣି ବଢିବା ସହ ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଲାଗି ରହିବ ।

Odisha Weather Update

ଆଜି ଉତ୍ତର ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ରେ ବର୍ଷା ହେବା ଆଶଙ୍କା ରହିଛି ସେହିପରି ଆସନ୍ତାକାଲି ଗଞ୍ଜାମ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଦେବଗଡ଼ ପରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବାହୁଡ଼ା ଯାତ୍ରା ସମୟରେ ମଧ୍ୟ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+