Get Updates
Get notified of breaking news, exclusive insights, and must-see stories!

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଓଡିଶାକୁ ମୁହାଁଇବ।

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଓଡିଶାକୁ ମୁହାଁଇବ। ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ୨୪ ଘଣ୍ଟା ପାଇଁ ୯ ଜିଲ୍ଲା କୁ ରେଡ୍ ଆଲର୍ଟ ଜାରି କରାଯାଇଛି।

Weather Update

ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଆଦି ଜିଲ୍ଲାର ଏକାଧିକ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ବିଭିନ୍ନ ନଦୀରେ ଉପୁଜିପାରେ ବନ୍ୟା ଭଳି ସ୍ଥିତି। କଚ୍ଚା ରାସ୍ତା ବି ଧସିବା ଆଶଙ୍କା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୩ ତାରିଖ ଯାଏଁ ୨୦ରୁ ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେଣେ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲଟି କମିଶନରଙ୍କୁ ଚିଠି ଲେଖାଯାଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+