ପାଣିପାଗ ଖବର: ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା, ପ୍ରବଳ ବର୍ଷବ

୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଛି ।

ଆଜି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ପାଣିପାଗ ବିଭାଗ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ।

RAIN
ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । ଅଧିକାଂଶ ସ୍ଥାନରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଜୁନ୍ ୧ରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ କେନ୍ଦ୍ରାପଡା, ପୁରୀ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨୦ ରୁ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କଟକ ବାଙ୍କୀରେ ସର୍ବାଧିକ ୮୫ ମିଲିମିଟର ବର୍ଷା ହୋଇଛି । ସେହିପରି କେନ୍ଦୁଝର ଚମ୍ପୁଆରେ ୬୮.୮ ମିମି ଏବଂ ଭୁବନେଶ୍ବରରେ ୪୭.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଅଧିକାଂଶ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ୨୦ ତାରିଖରେ ୨୨ ଟି ଏବଂ ୨୧ ତାରିଖରେ ୧୨ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+