ଆହୁରି ବଢିବ ଶୀତ, ଆସନ୍ତା ୪୮ ଘଣ୍ଟାରେ ଖସିବ ପାରଦ
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଖସିବ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ବର: ଶୀତରେ ଥରହର ସାରା ରାଜ୍ୟ । ଧୀରେ ଧୀରେ ଖସିବାରେ ଲାଗିଛି ତାପମାତ୍ରା । କୋହଲା ପବନ ସାଙ୍ଗକୁ ରାଜ୍ୟ କେତେକ ଅଞ୍ଚଳରେ କୁହୁଡି ପଡୁଥିବାର ଦେଖିବାକୁ ମିଳିନାଣି । ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଖସିବ ଆସିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଦାରିଙ୍ଗବାଡ଼ିଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ରହିଥିବା ଜଣାପଡ଼ିଛି। ରବିବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ ଜିଲ୍ଲାରେ କୁହୁଡ଼ି ମଧ୍ୟ ଦେଖାଯାଇଥିଲା। ଏଠାରେ ଦୃଶ୍ୟମାନ ଦୂରତା ୮୦୦ ମିଟର ରହିଥିଲା।
ଅନ୍ୟପଟେ, ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୩୬ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।












Click it and Unblock the Notifications