ଆସନ୍ତାକାଲି ଓଡିଶା ଛୁଇଁବ ମୈସୁମୀ!, ୧୧ରେ ଲଘୁଚାପ

ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ମୌସୁମୀକୁ ଧରି ଆଣି ଓଡ଼ିଶାରେ ଆସନ୍ତା ଦୁଇଦିନ (୯ ଜୁନ ଓ ୧୦ ଜୁନ୍‌) ଭିତରେ ପହଞ୍ଚାଇ ଦେବ। ଏଭଳି ଆକଳନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ମୌସୁମୀକୁ ଧରି ଆଣି ଓଡ଼ିଶାରେ ଆସନ୍ତା ଦୁଇଦିନ (୯ ଜୁନ ଓ ୧୦ ଜୁନ୍‌) ଭିତରେ ପହଞ୍ଚାଇ ଦେବ। ଏଭଳି ଆକଳନ କରିଛି ପାଣିପାଗ ବିଭାଗ। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

Weather Update

ଆସନ୍ତା ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଅଛି। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ଏବଂ ବର୍ଷା ହୋଇପାରେ।

କୃଷି ପାଣିପାଗ ବିଜ୍ଞାନୀ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ହେଲା, ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ ଓ ପରେ ଗଭୀର ଅବପାତ ରୂପ ନେବ। ଗଭୀର ଅବପାତ ରୂପ ନେଲାବେଳକୁ ଏହା ପଶ୍ଚିମ ଓଡ଼ିଶା ଉପରେ ଥିବା ଅନୁମାନ କରାଯାଉଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ଅପେକ୍ଷା ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ। କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+