ବଙ୍ଗୋପସାଗରରେ ଅବପାତ: ଏହି ସବୁ ସ୍ଥାନରେ ବର୍ଷିବ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବା ସହ ଉପକୂଳରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ପାଗ ଶୁଖିଲା ରହିଛି। ହେଲେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଅଏହା ସହ କିଛି ସ୍ଥାନରେ କୁହୁଡି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡିରେ ଅଧିକ ଶୀତ ଅନୁଭୂତ ହେଉଛି।












Click it and Unblock the Notifications