ଆହୁରି ବଢ଼ିବ ଜାଡ଼, ଘନ କୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର: ଅସମ୍ଭାଳ ଜାଡ ସହିତ ଘନ କୁହୁଡିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଉପାନ୍ତରୁ ଉପକୂଳ ସବୁଠି କମୁଛି ତାପମାତ୍ରା । ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି ତାପମାତ୍ରା । ଏହା ସହିତ ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ପବନ ରାଜ୍ୟରେ ଜାଡ ବଢାଉଛି ।

ତେବେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ,କଳାହାଣ୍ଡି ଓ ନବରଙ୍ଗପୁର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ପାଣିପାଗର ସୂଚନା ଅନୁସାରେ, ଆସନ୍ତାକାଲି ପାଇଁ ୯ଟି ଜିଲ୍ଲା ଓ ଗୁରୁବାର ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବ। ଏହାସହ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।












Click it and Unblock the Notifications