କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ୱେଲୋ ୱାର୍ଣ୍ଣିଂ । ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ୱେଲୋ ୱାର୍ଣ୍ଣିଂ । ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ।

ଆଗାମୀ ୨ ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବିଜୁଳି ସହ ବର୍ଷା ହୋଇପାରେ । ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କହିଛି ପାଣିପାଗ ବିଭାଗ । ବିଶେଷକରି ବଜ୍ରପାତରୁ ରକ୍ଷା ପାଇବା ଖୋଲା ସ୍ଥାନରେ ନରହି ସୁରକ୍ଷିତ ଜାଗାକୁ ଯିବା ପାଇଁ କୁହାଯାଇଛି ।












Click it and Unblock the Notifications