Odisha Weather: ବଦଳିବ ପାଗ, ଆଜି ଏହି ୬ ଜିଲ୍ଲାରେ ବିଜୁଳି ସହ ବର୍ଷା ଘଡ଼ଘଡ଼ି ସମ୍ଭାବନା

ଆଜିଠୁ ପାଗରେ ଆସିପାରେ ପରିବର୍ତ୍ତନ । କମିପାରେ ତାତି । ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ୬ଜିଲ୍ଲାରେ ବିଜୁଳି ସହ ବର୍ଷା ଘଡ଼ଘଡ଼ି ହେବ । ସେ ଜିଲ୍ଲା ଗୁଡ଼ିକ ହେଉଛି, ଗଞ୍ଜାମ, ଗଜପତି, କନ୍ଧମାଳ, ମୟୁରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ । ଏହି ୬ଟି ଜିଲ୍ଲାରେ ଆଜି ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିନ ୨୦ଟି ଜିଲ୍ଲାରେ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି । ଏହି ୨୦ଟି ଜିଲ୍ଲା ମଧ୍ୟରୁ ଅେନକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

rain

କୋରାପୁଟ, ରାୟଗଡ଼ା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର ଏବଂ ମୟୁରଭଞ୍ଜରେ ବର୍ଷା ହୋଇପାରେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ହେଉଥିବା ବେଳେ ଏହା କିଛି ଆଶ୍ୱସ୍ତି ଦେବ ।

୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ସମ୍ଭାବନା ରହିଛି । ୭ ତାରିଖରୁ ବଢିବ ବର୍ଷା ବିସ୍ତୃତି । ୭ ଓ ୮ ତାରିଖରେ ଅଧିକ ରହିବ ବର୍ଷାର ପରିମାଣ । ଉତ୍ତର ଉପକୂଳ ଓଡ଼ିଶା-ପାଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ରହିବା ସମ୍ଭାବନା ରହିଛି । ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା। କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+