ଜାଗର ପରେ ଭିଜିବ ସାରା ରାଜ୍ୟ ! 12ରୁ ଏହି ସବୁ ସ୍ଥାନରେ ବର୍ଷା
ଜାଗର ପରେ ଭିଜିବ ସାରା ରାଜ୍ୟ । ଏନେଇ ଆକାଳନ କରିଛି ପାଣିପାଗ ବିଭାଗ । ଶନିବାରଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସନ୍ତାକାଲି ଜାଗର ଅମାବାସ୍ୟା । ଜାଗର ପରେ ଭିଜିବ ସାରା ରାଜ୍ୟ । ଏନେଇ ଆକାଳନ କରିଛି ପାଣିପାଗ ବିଭାଗ । ଶନିବାରଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ବୁଧବାର ଦିନ ପୂର୍ବାନୁମାନ କରିଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ସାଇକ୍ଲୋନିକ୍ ସର୍କୁଲେସନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାର୍ଚ୍ଚ ୧୨ ଓ ୧୩ରେ ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।












Click it and Unblock the Notifications