ଆଉ ୪ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା, ୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଶୁକ୍ରବାର ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିସବୁ ଜିଲ୍ଲା ଗୁଡ଼ିକ ହେଲା -ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେଉଁଝର, ମୟୁରଭଂଜ,ଅନୁଗୁଳ, ଢେ଼ଙ୍କାନାଳ,ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନାଗିରି । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

weather report

ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେହିସବୁ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, ମୟୁରଭଂଜ, ବାଲେଶ୍ଵର ।

ସେହିପରି ଶନିବାର ପାଇଁ ୧୦ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବର୍ତ୍ତମାନ ଦିନ ତାପମାତ୍ରା ସ୍ଵାଭାବିକଠାରୁ ୨ ଡିଗ୍ରୀ କମ୍ ରହିଛି । ଏଥିସହ ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ବର୍ଷା ୩୯.୪ ଡିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ବାଲେଶ୍ଵରରେ ୧୯.୪ ଡିଗ୍ରୀ ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+