ମାଡ଼ି ଆସୁଛି ପ୍ରଚଣ୍ଡ ତାତି: ମାର୍ଚ୍ଚରୁ ମେ', ଜଳିବ ସାରା ରାଜ୍ୟ
ଆସନ୍ତା 24 ଘଣ୍ଟା ପରେ ସ୍ବାଭାବିକଠାରୁ 5 ଡିଗ୍ରୀ ଅଧିକ ତାପମାତ୍ରା ଅନୁଭୂତ ହେବ । ଖୋର୍ଦ୍ଧା, କଟକ, ଅନୁଗୁଳ, ବୌଦ୍ଧ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଏବଂ ନୟାଗଡରେ ଅଧିକ ତାତି ଅନୁଭୂତ ହେବ ।
Odisha Weather Update: ମାର୍ଚ୍ଚରୁ ମେ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ । ଆସନ୍ତା 24 ଘଣ୍ଟା ପରେ ସ୍ବାଭାବିକଠାରୁ 5 ଡିଗ୍ରୀ ଅଧିକ ତାପମାତ୍ରା ଅନୁଭୂତ ହେବ । ଖୋର୍ଦ୍ଧା, କଟକ, ଅନୁଗୁଳ, ବୌଦ୍ଧ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଏବଂ ନୟାଗଡରେ ଅଧିକ ତାତି ଅନୁଭୂତ ହେବ । ଏହି ସବୁ ଜିଲ୍ଲାରେ ସ୍ବାଭାବିକ ତାପମାତ୍ରାଠାରୁ 5 ଡିଗ୍ରୀ ଅଧିକ ରହିବ।

ତେବେ ମିଳିଥିବା ତଥ୍ୟ ଅନୁଯାୟୀ ଏହି ୩ ମାସରେ ଓଡ଼ିଶାର ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ହାରାହାରି .୬୬ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ । ଆଜି ଭୂ-ବିଜ୍ଞାନ ମନ୍ତ୍ରଣାଳୟ ପକ୍ଷରୁ ମାର୍ଚ୍ଚରୁ ମେ' ମାସ ପର୍ଯ୍ୟନ୍ତ ତାପମାତ୍ରାକୁ ନେଇ ଏଭଳି ପୂର୍ବାନୁମାନ କରାଯାଇଛି ।
ତଥ୍ୟ ଅନୁଯାୟୀ, ମାର୍ଚ୍ଚରୁ ମେ' ମାସ ମଧ୍ୟରେ ଉତ୍ତର, ଉତ୍ତର-ପଶ୍ଚିମ ଓ ଉତ୍ତର-ପୂର୍ବ ଭାରତର ଅଧିକାଂଶ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ଏଥିସହ କେନ୍ଦ୍ରୀୟ ଭାରତର ପୂର୍ବ (ଛତିଶଗଡ଼ ଓ ଓଡ଼ିଶା) ଏବଂ ପଶ୍ଚିମ ଭାଗ ସମେତ ଉତ୍ତର ଉପଦ୍ବୀପ ଭାରତର ଉପକୂଳବର୍ତ୍ତୀ ଅଞ୍ଚଳ (ଗୋଆ ଓ ଉପକୂଳ ଆନ୍ଧ୍ରପ୍ରଦେଶ)ର କିଛି କିଛି ସ୍ଥାନରେ ବି ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ଏହି କ୍ରମରେ ଆସନ୍ତା ୩ ମାସରେ ଓଡ଼ିଶାର ତାପମାତ୍ରା ବି ସ୍ବାଭାବିକଠାରୁ ଅଧିକ ରହିବ ଓ ସ୍ଥଳ ବିଶେଷରେ ବହୁତ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications