କାଳବୈଶାଖୀ ବର୍ଷା ପାଇଁ ଆଗାମୀ 4 ଦିନ ଥଣ୍ଡା ପଡିବ ରାଜ୍ୟ
ଆଗାମୀ 4 ଦିନ ଥଣ୍ଡା ରହିବ ପାଗ । ଆସନ୍ତା ୧୫ ତାରିଖ ଯାଏଁ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ। କାରଣ ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଭୁବନେଶ୍ବର: ତାତିରୁ ମିଳିବ ତ୍ରାହି । ଆଗାମୀ 4 ଦିନ ଥଣ୍ଡା ରହିବ ପାଗ । ଆସନ୍ତା ୧୫ ତାରିଖ ଯାଏଁ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ। କାରଣ ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଗତକାଲି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କୋରାପୁଟ ଜିଲ୍ଲା ଲମତାପୁଟଠାରେ ସର୍ବାଧିକ ୮୦ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି କଳାହାଣ୍ଡି ଲାଞ୍ଜିଗଡ଼ରେ ୩୦ ମିମି, କନ୍ଧମାଳ ନୂଆଗାଁ ଓ ଗଜପତି ଜିଲ୍ଲା ଆର୍ ଉଦୟଗିରିରେ ୨୦ ମିମି ଲେଖାଏଁ ଏବଂ ରାୟଗଡ଼ାଠାରେ ୧୦ ମିମି ବର୍ଷା ହୋଇଯାଇଛି ।
ତେବେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏନେଇ ଏସଆରସି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ଓ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପରାମର୍ଶ ଦେଇଛନ୍ତି ।












Click it and Unblock the Notifications