ରାଜ୍ୟରେ ୬ରୁ ବଢିବ ବର୍ଷାର ପରିମାଣ
Odisha Weather: ରାଜ୍ୟରେ ୬ରୁ ବଢିବ ବର୍ଷା ପରିମାଣ । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ, ରାଜ୍ୟରେ ୫ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।ସେହିପରି ୬ ତାରିଖରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ଟ୍ୱିନସିଟିରେ ପାଗ କୋହଲିଆ ରହିବା ସହ କିଛି କିଛି ସ୍ଥାନରେ ବର୍ଷା ହୋଇଥିଲା ।
ସୂଚନାଥାଉ ଯେ, ଜୁଲାଇ ମାସରେ ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ସେହିପରି ଦେଶର ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ନେଇ ସୂଚନା ରହିଛି ।

ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝରର ଅଧିକାଂଶ ଅଞ୍ଚଳ ଏବଂ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବାଭାବିକରୁ ଅଧିକ ବର୍ଷା ଏବଂ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ପରିମାଣ ନିଅଣ୍ଟିଆ ରହିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications