ଛାଡ଼ିଗଲା ଲଘୁଚାପ ବର୍ଷା; ଆସନ୍ତା ସପ୍ତାହରୁ ଶୀତ
ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଫେରିବାରେ ଲାଗିଛି । ଆସନ୍ତା ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମଗ୍ର ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ରୂପେ ବିଦାୟ ନେଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।
ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଫେରିବାରେ ଲାଗିଛି । ଆସନ୍ତା ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମଗ୍ର ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ରୂପେ ବିଦାୟ ନେଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଦୁଇଟି ଲଘୁଚାପ ପ୍ରଭାବରେ ବର୍ଷା ମଧ୍ୟ ଶେଷ ହୋଇଛି । ଫଳରେ ରାଜ୍ୟରେ ଏବେ ଆଉ ବର୍ଷାର ପ୍ରଭାବ ନାହିଁ । ଆସନ୍ତାକାଲି ଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ଅପରପକ୍ଷେ ରାଜ୍ୟର ତାପମାତ୍ରା ମଧ୍ୟ ଧୀରେଧୀରେ କମିବା ଆରମ୍ଭ କରିବ। ଅକ୍ଟୋବର ଶେଷ ସପ୍ତାହ ସୁଦ୍ଧା ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି।
୨୫ ତାରିଖରୁ ରାଜ୍ୟ ମଧ୍ୟକୁ ଜମ୍ମୁ-କଶ୍ମୀର ଅଞ୍ଚଳରୁ ଉତ୍ତରା ପବନ ବହିବା ଆରମ୍ଭ ହେବ। ଏଣୁ ୨୬ ତାରିଖରୁ ରାଜ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ। ୨୬ ରୁ ୨୮ ତାରଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨.୫ ଡିଗ୍ରି କମିବ। ତେବେ ୨୨ ତାରିଖରୁ ରାଜ୍ୟର ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ୧.୯ରୁ ୧.୫ ଡିଗ୍ରି ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ହାଲୁକା ଶୀତ ଅନୁଭୂତ ହେବ।












Click it and Unblock the Notifications