Get Updates
Get notified of breaking news, exclusive insights, and must-see stories!

୧୦ ଜିଲ୍ଲାକୁ କାଳବୈଶାଖୀ, ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଏନେଇ ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରଯାଇଛି ।

ଭୁବନେଶ୍ବର: ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଏନେଇ ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରଯାଇଛି । ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Odisha Weather Update

ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଏହାକୁ ଦୃଷ୍ଟିରେ ରଖି ଏହି ୧୦ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ବାହରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+