ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ: କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପଶ୍ଚିମ- ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ଗତକାଲିଠାରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଆହୁରି ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ।

Odisha Weather Update

ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା

ଏସବୁ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+