Odisha Weather Update: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଆସୁଛି କାଳବୈଶାଖୀ ବର୍ଷା
odisha weather report: ତାତି ପରେ ମିଳିବ ତ୍ରାହି । ଆଜି ରାଜ୍ୟର ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭବାନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏନେଇ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି ।

ସେପଟେ ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକରର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ିଦେଲେ ବାକି ଜିଲ୍ଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ରାଜ୍ୟରେ କାଳବୈଶାଖୀ ବର୍ଷା ପାଇଁ ପାଗ ଅନୁକୂଳ ହେବାରେ ଲାଗିଛି । ବିଶେଷ କରି ଉତ୍ତର ଓଡ଼ିଶାରେ କାଳବୈଶାଖୀର ସମ୍ଭାବନା ଅଧିକ ରହିଛି । ଆକଳନ କରାଯାଇଛି କି, ଆଜି ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ସମେତ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ଉତ୍ତର ଓଡ଼ିଶାରେ ୧୩ ତାରିଖରେ ମଧ୍ୟ କାଳବୈଶାଖୀର ସମ୍ଭାବନା ରହିଛି । ତେବେ ୧୮ ତାରିଖରୁ କାଳବୈଶାଖୀ ସମ୍ଭାବନା ବଢ଼ିବ ବୋଲି ଡ. ପଶୁପାଳକ କହିଛନ୍ତି ।


Click it and Unblock the Notifications