Weather Updates: ଆଉ ଦୁଇ ଦିନ କାଳବୈଶାଖୀ, ୧୦ ପର୍ଯ୍ୟନ୍ତ ବର୍ଷା, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆର୍ଲଟ ଜାରି
Weather Updates: ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ଓ କୁଆପଥର ବର୍ଷା ହୋଇପାରେ । ଏବେ ଏକ ଟ୍ରପ୍ ଲାଇନ୍ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଅଂଶ ଉପରେ ଥିବା ଘୂର୍ଣ୍ଣିବଳୟଠାରୁ ଉପକୂଳ ଓଡ଼ିଶା ଦେଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚରେ ଅବସ୍ଥିତ ରହିଛି।

ସୂଚନା ଥାଉକି, ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି । ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବହିବ ।
୬ ତାରିଖରେ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।












Click it and Unblock the Notifications