Odisha Weather: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ

ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ତଥା ସ୍ଥାନେ ସ୍ଥାନେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ତିନି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ଦେବଗଡ଼, ଅନୁଗୋଳ. କେନ୍ଦୁଝର, ସୋନପୁର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ବା ୧୬ ତାରିଖ ସାଢ଼େ ୮ଟାରୁ ତା'ପର ଦିନ ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+