Odisha Weather: ୨୩ ଯାଏଁ କୋହଲା ପବନ, ବଦଳିବନି ପାଗ

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନ ହେବ ନାହିଁ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କଟକ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନ, ଖୋର୍ଦ୍ଧା, ପୁରୀ, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ଏବଂ ବରଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ସୋନପୁରକୁ ସତର୍କ ସୂଚନା ଜାରି କରାଯାଇଛି।

Odisha Weather

କୁଆପଥର ବର୍ଷାକୁ ନେଇ ବି ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ସହ କୁଆପଥର ବର୍ଷା ହୋଇପାରେ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି ଘଡଘଡି ସହ ବର୍ଷା ନେଇ ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଜଗତସିଂହପୁର ଓ କଟକ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ ଆଜି ଠାରୁ ୨୨ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡି଼ ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ କାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ, ଯାଜପୁର ଓ ଢେଙ୍କାନାଳ ଆଦି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଅନୁଗୋଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଭଳି ୧୨ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+