Odisha Weather: ୫ ତାରିଖ ପରେ ରାଜ୍ୟରେ ଶୀତ କମିବା ସମ୍ଭାବନା

୫ ତାରିଖ ପରେ ରାଜ୍ୟରେ ଶୀତ କମିବା ସମ୍ଭାବନା । ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ଼ ପ୍ରଭାବରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ଶୁଷ୍କ ଥଣ୍ଡା ବାୟୁ ଦୁର୍ବଳ ହେବ । ଏଥିସହ ପୂର୍ବ ଦିଗରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବୃଦ୍ଧି ପାଇବ । ଫଳରେ ୫ ପରଠୁ ରାତ୍ରୀ ତାପମାତ୍ରା ବୃଦ୍ଧି ପାଇବ ।

Odisha Weather

ବର୍ଷ ୨୦୨୫ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି । ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି।

ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରହିଥିଲାବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ଦାରିଙ୍ଗବାଡିରେ ୯.୫ ଡିଗ୍ରୀ, ସୁନ୍ଦରଗଡରେ ୯.୭ ଡିଗ୍ରୀ ଓ ସୋନପୁରରେ ୧୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୨ଦିନରେ ତାପମାତ୍ରା ୪.୮ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଡିସେମ୍ବର ୩୦ରେ ଏଠାରେ ତାପମାତ୍ରା ୧୯.୪ ଡିଗ୍ରୀ ରହିଥିବା ବେଳେ ଗୁରୁବାର ୧୪.୬ ଡିଗ୍ରୀ ସେଲସିୟସ୍‌କୁ ଖସି ଆସିଥିଲା। ତେବେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା। ଅନ୍ୟପକ୍ଷରେ ଢ଼େଙ୍କାନାଳ ଓ କନ୍ଧମାଳରେ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି।

ସେହିପରି କଳାହାଣ୍ଡି, କୋରାପୁଟ ଓ ଗଞ୍ଜାମରେ ମଧ୍ୟ ହାଲୁକା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାତି ତାମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଅନୁଗୋଳ, କନ୍ଧମାଳ ଓ ଢ଼େଙ୍କାନାଳରେ ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+