Odisha Weather: ରାଜ୍ୟରେ ଶୀତ ଲହରି ଜାରି, ୩ ଜିଲାରେ ହେବ ଘନ କୁହୁଡ଼ି
ରାଜ୍ୟରେ ଶୀତ ଲହରି ଜାରି ରହିଛି। ରବିବାର ସର୍ବାଧିକ ତାପମାତ୍ରା ୩୧.୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ ସେଲସିୟସ୍ ରହିଥିଲା। ତେବେ ୧୭ ତାରିଖ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ।
ମାତ୍ର ମଙ୍ଗଳବାର କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲାରେ ଘନକୁହୁଡ଼ିର ଆଶଙ୍କା ରହିଛି। ତେଣୁ ସମ୍ପୃକ୍ତ ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦର କଟକ ଓ ଖୋର୍ଦ୍ଧା ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିପାରେ ବୋଲି ସୂଚନା ଦିଆଯାଇଛି।

ରାଜ୍ୟରେ ପୁଣି ବଢ଼ିବ ଶୀତର ପ୍ରକୋପ । ଉପାନ୍ତରୁ ଉପକୂଳ ସବୁଠି କମିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ । ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି ।
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ । କିଛି ଜିଲ୍ଲାରେ ହାଲୁକା ଶୀତ ସହ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର । ୧୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କ କରାଯାଇଛି । ଏସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଏହାସହ ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଏବଂ ଖୋର୍ଦ୍ଧାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ।












Click it and Unblock the Notifications