Odisha Weather: ୫ ଦିନ ଜାରି ରହିବ ଶୀତ, ଘନ କୁହୁଡି କରିବ କଲବଲ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ । ଶୀତ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ବାଭାବିକ ଶୀତ ଅନୁଭୁତ ହେଉଛି ।

Odisha Weather

ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ବି ଜାଡ ଅନୁଭୁତ ହେଉଛି । ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ କୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିଭଳି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦୁଝର ଏବଂ ଝାରସୁଗୁଡାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+