Odisha Weather: ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ, ଆଜିଠୁ ଟାଇଁଟାଇଁ ଖରା

ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ, ଆଜିଠୁ ଟାଇଁଟାଇଁ ଖରା । ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ରାଜ୍ୟରେ ଆଜିଠାରୁ ଟାଣ ଖରା ହେବାକୁ ଥିବା ବେଳେ ସବୁଠି ବଢିବ ପାରଦ ଆଉ ସବୁଠି ଗରମର ହେବ ଅନୁଭୂତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା । ଆଗାମୀ ୪ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି ।

ଆଗାମୀ ୫ରୁ ୭ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବା ସହ ରାତ୍ରି ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବୃଦ୍ଧି ଦେଖିବାକୁ ମିଳିଥିବା ବେଳେ ଉପକୂଳ ଓଡିଶାରେ ତାପମାତ୍ରା ରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ୪୮ ଘଣ୍ଟା ପାଇଁ ଘନ କୁହୁଡ଼ିର ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୪ ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ସତର୍କ କରାଇଛି ବିଭାଗ ।

ସେହିପରି ଆସନ୍ତାକାଲି ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଅନୁଗୁଳ, ଜଗତସିଂହପୁର,କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୧ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୧ ତାରିଖରେ ହାଲୁକା ରୁ ମଧ୍ୟମ ଧରଣର କୁହୁଡି ଉପକୂଳ ଓଡ଼ିଶାରେ ଦେଖିବାକୁ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+