Odisha Weather: ରାଜ୍ୟରେ ଶୀତ କମିବ: ଘନ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି
ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି । ଫଳରେ ଶୀତ କମିବ, କିନ୍ତୁ ଘନ କୁହୁଡ଼ି ଜାରି ରହିବ ବୋଲି ପାଣିପାରଗ ବିଭାଗ ପକ୍ଷରୁ କୁହାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ତାପମାତ୍ରାସ୍ତରରେ ସାମାନ୍ୟ ବୃଦ୍ଧି ଘଟିଛି । ଜି ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରି ସେଲସିୟସ ରହିଛି। ଏହା ରାଜ୍ୟର ସବୁଠାରୁ ଶୀତଳ ଅଞ୍ଚଳ ପାଲଟିଛି।
ଗୋଟିଏ ଦିନ ପୂର୍ବରୁ ଜି ଉଦୟଗିରିର ତାପମାତ୍ରା ୪.୨ ଡିଗ୍ରି ସେଲସିୟସ ଥିଲା। ସେମିଳିଗୁଡାର ତାପମାତ୍ରା ୬.୬ ଡିଗ୍ରି ସେଲସିୟସ ରହିଥିଲା। ଏହା ରାଜ୍ୟର ସର୍ବନିମ୍ନ ତାପମାତ୍ରା ଥିବା ଦ୍ୱିତୀୟ ଅଞ୍ଚଳ ପାଲଟିଥିଲା।

ସେହିପରି ଫୁଲବାଣୀର ତାପମାତ୍ରା ୯ ଡିଗ୍ରି ସେଲସିୟସ, ରାଉରକେଲା ଏବଂ ଝାରସୁଗୁଡ଼ା ୧୦.୨ ଡିଗ୍ରି ସେଲସିୟସ ଥିବାବେଳେ ଦାରିଙ୍ଗବାଡିର ତାପମାତ୍ରା ୧୧ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଥିଲା।
ଭୁବନେଶ୍ୱର ଏବଂ କଟକ ଟୁଇନ୍ ସିଟିରେ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୧୪.୪ ଏବଂ ୧୪.୮ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି। ସାତ ଦିନ ପାଇଁ ଟୁଇନ୍ ସିଟିରେ ରାତିର ତାପମାତ୍ରା ୧୪ରୁ ୧୫ ଡିଗ୍ରି ସେଲସିୟସ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଜାନୁଆରି ୨୪ ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସକାଳ ସମୟରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ,ଝାରସୁଗୁଡା ଏବଂ ସୁନ୍ଦରଗଡରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications