Odisha Weather: ଆଗାମୀ ୫ ଦିନ ପାଇଁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଆଲର୍ଟ

ଜଳୁଛି ସହର ବଢୁଛି ତାତି । ଅସହ୍ୟ ଗରମ ଓ ଗୁଳୁଗୁଳି ଆଉଟୁପାଉଟୁ ଜନଜୀବନ । ଉପକୂଳରୁ ଉପାନ୍ତ ପ୍ରଚଣ୍ଡ ଖରାରେ ସିଝୁଛି । ଦିନ ୧୦ଟା ବେଳକୁ ରାସ୍ତାଘାଟ ଖାଁ ଖାଁ ହୋଇଯାଉଛି । ୩୯. ୮ ଡିଗ୍ରୀ ସହ ଗତକାଲି ବାଲେଶ୍ବର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଭୁବନେଶ୍ବରରେ ୩୯.୬, ଝାରସୁଗୁଡ଼ା ୩୯.୨, ସମ୍ବଲପୁରରେ ୩୯.୧ ଓ ଚାନ୍ଦବାଲିରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଗାମୀ ୫ରୁ ୭ ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ତାତି ବଢିବା ସହ ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ।

Odisha Weather

ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାରେ ହଟ ଓ ହ୍ୟୁମିଡ କଣ୍ଡିସନ ଲାଗି ରହିବ । ଆଗାମୀ ପାଞ୍ଚଦିନ ପାଇଁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସାତ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ । କାଁ ଭାଁ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାକୁ ବଢିବା ପରେ ନିଷ୍କ୍ରିୟ ରହିଛି । ଛତିଶଗଡ଼, ବିହାର ଓ ଝାଡ଼ଖଣ୍ଡରେ ଭଲ ବର୍ଷା ହୋଇନଥିବାରୁ ଏହା ଆଗକୁ ବଢିପାରି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+