Odisha Weather: ୩୦ରୁ ୪୦ କିମି ବେଗରେ ବହିବ ପବନ; ଝଡତୋଫାନ ପାଇଁ ଆଲର୍ଟ

ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ଆଜି ପାଇଁ ପୁରା ରାଜ୍ୟକୁ ପ୍ରବଳ ବର୍ଷା ସହ ଝଡ଼ତୋଫାନ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ୱାର୍ଣ୍ଣଂ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମେତ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିଭଳି ଆସନ୍ତାକାଲି ପାଇଁ ମଧ୍ୟ ପୁରା ରାଜ୍ୟକୁ ଝଡ଼ବର୍ଷା ପାଇଁ ଚେତାବନୀ ଜାରି ହୋଇଛି ।

ଉତ୍ତର ଓଡ଼ିଶାର ୩ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି । ବାକି ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

Odisha Weather

୨୫ ଜୁନ୍ ପାଖାପାଖି ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ର ସମ୍ଭାବନା ରହିଛି । ୨୪ ଏବଂ ୨୫ ତାରିଖରେ ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ୩୫-୪୫ କିମିରୁ ୫୫ କିମି ବେଗରେ ପବନ ବୋହିବା ସହିତ ଝଡ଼ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସାରା ଓଡ଼ିଶାରେ ଆହୁରି ୫ ଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ବି ଜାରି ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+