କାଳବୈଶାଖୀ ବର୍ଷା ନେଇ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
Odisha Rain: ଟ୍ୱିନ ସିଟି ସମେତ ରାଜ୍ୟରେ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ଘଡଘଡି, ବର୍ଷା ସହ ୫୦-୬୦ କିଲୋମିଟର ବେଗରେ ପବନ ପହିବାର ସମ୍ଭାବନ ରହିଛି ।

ସେହିପରି ଅନୁଗୁଳ, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଏବଂ କୋରାପୁଟ ଜିଲ୍ଲାରେ ମଧ୍ୟ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ଯେଉଁଥି ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।












Click it and Unblock the Notifications