ଲଘୁଚାପ ବର୍ଷା: ଆଜି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡିଶା ଏବଂ ଏହାର ନିକଟବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ଯୋଗୁଁ ଏହାର ପ୍ରଭାବରେ ବର୍ଷା ହେଉଛି ।
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡିଶା ଏବଂ ଏହାର ନିକଟବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ଯୋଗୁଁ ଏହାର ପ୍ରଭାବରେ ବର୍ଷା ହେଉଛି । ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ଉପକୂଳ ଓଡ଼ିଶାର ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ତେବେ ଏହି ଭଳି ବର୍ଷା ଆହୁରି ୩-୪ ଦିନ ଲାଗି ରହିବା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୧୬ ତାରିଖ ଦିନ ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେପଟେ ୩ ଦିନର ଲଗାଣ ବର୍ଷାରେ ମାଲକାନଗିରିର ସ୍ଥିତି ବେହାଲ ହୋଇପଡିଛି । ଗୋଦାବରୀ ନଦୀ ଫୁଲିବା ଯୋଗୁଁ ସିଲେରୁ ଓ ସାବେରି ନଦୀରୁ ଜଳ ନିଷ୍କାସନ ହୋଇପାରୁନାହିଁ । ୩୨୬ ନମ୍ବର ଜାତୀୟ ରାଜପଥ ମୋଟୁ ନିକଟରେ ରାସ୍ତା ଉପରେ ୫ ଫୁଟ୍ର ପାଣି ଚାଲୁଛି । ଫଳରେ ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି ।












Click it and Unblock the Notifications