ତାତିରେ ଲାଗିବ ବ୍ରେକ, ଆସନ୍ତା ଦୁଇ ଦିନ ଭିତରେ ଭିଜିବ ଓଡ଼ିଶା !
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ। ତେବେ ଆସନ୍ତା ୨ ତାରିଖରେ କିଛି ଜିଲାରେ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଏହା ପୂର୍ବରୁ ୨୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ କାଳବୈଶାଖୀ ସାଙ୍ଗକୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ।
ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।
ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।












Click it and Unblock the Notifications