ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା ; ପୃଥ୍ବୀରାଜ ହରିଚନ୍ଦନ

ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କାଲି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି'। '୪ ହଜାର କୋଟିର ୧୯ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ' । ୧୩ଟି ଜାତୀୟ ରାଜପଥ ପ୍ରକଳ୍ପ ୨୯୦୫ କୋଟିର ଶିଳାନ୍ୟାସ କରିବେ' । ୪୨୭ କୋଟିରେ ୪ଟି ସିଆରଆଇଏଫ୍‌ ବ୍ରିଜ୍‌ ଶିଳାନ୍ୟାସ କରିବେ' । ୮୪୧ କୋଟି ଟଙ୍କାର ୨ଟି ଜାତୀୟ ରାଜପଥ ପ୍ରକଳ୍ପର ଲୋକାର୍ପଣ କରିବେ' ମଧ୍ୟ କାର୍ଯ୍ୟକ୍ରମ ରହିଛି।

Prithviraj Harichandan

ସୂଚନା ଯୋଗ୍ୟ ଯେ,କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏପ୍ରିଲ ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୧୭ରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ କରିବ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଅତିଥି ଭାବେ ଅଂଶ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।

ରେଭେନ୍ସା କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ଶ୍ରୀ ଗଡ଼କରୀ ଭୁବନେଶ୍ବର ଆସି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ)କାର୍ଯ୍ୟାଳୟ ଯାଇ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ। ବିଜେପି ପକ୍ଷରୁ କୁହାଯାଇଛି ଯେ, ଓଡ଼ିଶା ପାଇଁ ଏବେ ସୁବର୍ଣ୍ଣ ଯୁଗ। କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି। ସମ୍ପ୍ରତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ରାଜ୍ୟ ଗସ୍ତରେ ଆସି ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ କରି ଦିଲ୍ଲୀ ଫେରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେଉଥିବାରୁ କେନ୍ଦ୍ରମନ୍ତ୍ରୀ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+