ଗରମରୁ ମିଳିବ ଆଶ୍ୱସ୍ତି, ଭିଜିବ ଓଡ଼ିଶା
ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି।
ସେ ଆହୁରି କହିଛନ୍ତି, ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ଦିନ ତାପମାତ୍ରା ଶିଖର ଛୁଇଁବା ସମ୍ଭାବନା ରହିଛି। କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି। ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ବେଳରୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି। ବାୟୁ ମଣ୍ଡଳର ଉପରି ଭାଗରେ ନିମ୍ନ ଚାପ ରେଖା ସୃଷ୍ଟି ହେବା ଯୋଗୁ ବର୍ଷା ହେବାର ସମ୍ଭାବନା ରହିଛି।












Click it and Unblock the Notifications