ବର୍ଷାରେ ଭିଜିବ ଓଡ଼ିଶା ! ୩ ଜିଲ୍ଲାରେ ପ୍ରବଳ କୁହୁଡ଼ି ସମ୍ଭାବନା, ସତର୍କ କରାଇଲା SRC

ବର୍ଷାରେ ଭିଜିବ ଓଡ଼ିଶା । ସୂଚନା ଦେଲା ପାଣିପାଗ ବିଭାଗ। ଆହୁରି ରାଜ୍ୟର ୩ ଜିଲ୍ଲା- ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆଇଏମ୍‌ଡିଠାରୁ ଏହି ସୂଚନା ପାଇବା ପରେ ସ୍ୱତନ୍ତ୍ର ରିଲିଫ କମିଶନର (SRC) ଏହି ତିନି ଜିଲ୍ଲାର ପୁଲିସ୍ ଓ ପରିବହନ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। କୁହୁଡ଼ି ସମୟରେ ରାଜପଥଗୁଡ଼ିକରେ ଯେମିତି କୌଣସି ଗାଡ଼ି ଦୁର୍ଘଟଣାଗ୍ରସ୍ତ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ସେମାନଙ୍କୁ କହିଛନ୍ତି।

Meteorological Department

ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳ ଓ ରାତିରେ ଏବଂ ରବିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ ଓ କଳାହଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ। ତେବେ ଆସନ୍ତା ୨୭ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ୨୮ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗାମୀ ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତା'ପର ଦିନ ଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ଓ ସର୍ବାଧିକ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ୍ସରେ ଏକ ପୋଷ୍ଟ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+