୨୦୩୦ ସୁଦ୍ଧା ଓଡିଶା ଦେଶର ଇସ୍ପାତ ହବ୍‌ ହେବ: ମୁଖ୍ୟମନ୍ତ୍ରୀ

୨୦୩୦ ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିଅନ ଟନ୍‌ରେ ପହଞ୍ଚିବ। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇଛନ୍ତି ବୋଲି ଆଜି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ୨୦୩୦ ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିଅନ ଟନ୍‌ରେ ପହଞ୍ଚିବ। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇଛନ୍ତି ବୋଲି ଆଜି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଯାହାଦ୍ବାରା ରାଜ୍ୟରେ ପୁଞ୍ଜି ବିନିଯୋଗ ବଢିବ ।

steel hub

କୋଭିଡ ସତ୍ତ୍ବେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷକୁ ବୃଦ୍ଧି ପାଇଛି । ନିକଟରେ ରାଜ୍ୟ ସରକାର ଓଡିଶାରେ ୧ ଲକ୍ଷ ୪୭ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି । ଏଥିରେ ମୁଖ୍ୟତଃ ଇସ୍ପାତ ଶିଳ୍ପ ହିଁ ରହିଛି । ଏହି ପ୍ରକଳ୍ପ ମଧ୍ୟରେ ୧୧ ହଜାର କୋଟି ଟଙ୍କାର ଢେଙ୍କାନାଳ ରୁଙ୍ଗଟା ମାଇନ୍‌ସ ଲିମିଟେଡର ସମନ୍ବିତ ଇସ୍ପାତ ପ୍ରକଳ୍ପ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପରୁ ବର୍ତ୍ତମାନ ୩ ମିଲିଅନ ଟନ୍‌ ଇସ୍ପାତ ଉତ୍ପାଦନ ହେଉଥିବା ବେଳେ, ବର୍ତ୍ତମାନ ଏଥିରୁ ୭.୫୫ ମିଲିଅନ ଟନ୍‌ ଇସ୍ପାତ ଉତ୍ପାଦିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ସଂପ୍ରସାରିତ ପ୍ରକଳ୍ପ ଢେଙ୍କାନାଳ ଜିଲ୍ଲାରେ ଖୁସି ଆଣିଛି । ଏହି ଅବସରରେ ଢେଙ୍କାନାଳ ଜିଲ୍ଲାର ଲୋକପ୍ରତିନିଧି ମାନଙ୍କୁ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଢେଙ୍କାନାଳ ଜିଲ୍ଲାବାସୀଙ୍କ ଧନ୍ୟବାଦର ଉତ୍ତରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଢେଙ୍କାନାଳ ଜିଲ୍ଲା ପ୍ରଭୁ ଚନ୍ଦ୍ରଶେଖରଙ୍କ ପୀଠ ତଥା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ପାଇଁ ପ୍ରସିଦ୍ଧ । ଢେଙ୍କାନାଳର ଖଣିଜ ସଂପଦର ବିନିଯୋଗ କରି ଏହାକୁ ଏକ ଶିଳ୍ପ ସମୃଦ୍ଧ ଜିଲ୍ଲା ଭାବରେ ଗଢିତୋଳିବା ତାଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏ ଦିଗରେ ଏହି ପ୍ରକଳ୍ପ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୦୦ ମସିହାରେ ସେ ଶାସନ ଦାୟିତ୍ବ ନେବାବେଳେ ରାଜ୍ୟରେ ମାତ୍ର ୨ ମିଲିଅନ ଟନ୍‌ ଇସ୍ପାତ ଉତ୍ପାଦିତ ହୋଇଥିବା ବେଳେ ବର୍ତ୍ତମାନ ଏହା ୩୦ ମିଲିଅନ ଟନ୍‌ରେ ପହଞ୍ଚିପାରିଛି । ଇସ୍ପାତ କାରଖାନା ଯୋଗୁ ହିଁ ଆମେ ଆଜି ଦେଶର ୧୭ଟି ରାଜ୍ୟକୁ କୋଭିଡର ଦ୍ବିତୀୟ ଲହର ସମୟରେ ଅକ୍‌ସିଜେନ ଯୋଗାଇ ବହୁ ଜୀବନ ରକ୍ଷା କରିପାରିଛୁ । ତେଣୁ ସରକାରଙ୍କ ବିଭିନ୍ନ ପ୍ରକଳ୍ପ ଯେପରି ଠିକ୍‌ ସମୟରେ ଶେଷ ହେବ, ସେଥିପାଇଁ ଲୋକପ୍ରତିନିଧି ମାନଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନସାଧାରଣ ସମସ୍ତଙ୍କ ସହଯୋଗ ରହିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଢେଙ୍କାନାଳ ଜିଲ୍ଲାରେ ବର୍ତ୍ତମାନ ଚାଲିଥିବା ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହାଦ୍ବାରା ଜିଲ୍ଲାର ୮ଟି ବ୍ଲକ ଓ ସବୁ ସହରାଞ୍ଚଳରେ ଘରେ ଘରେ ପାଇପ ପାଣି ସୁବିଧାରେ ମିଳିପାରିବ । ଜିଲ୍ଲାରେ ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାପାଇଁ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରାଯାଉଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୦୦ ଶଯ୍ୟା ବିଶିଷ୍ଟ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+